ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ମୃତ୍ୟୁ ପରେ ଚକ୍ଷୁଦାନ କଲେ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ତ୍ରୀ ଚାରୁଶୀଳା

0

ବରଗଡ଼: ବରଗଡ଼ର ଜଣାଶୁଣା ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋର୍‌ରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇ ଆତ୍ମୀୟ ସ୍ବଜନଙ୍କ ସମେତ ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସ୍ବର୍ଗତା ଆଚାର୍ଯ୍ୟ ଧର୍ମପରାୟଣ ଜଣେ ମହିଳା ଥିଲେ। ସେ ତାଙ୍କ ଚକ୍ଷୁଦାନ ମଧ୍ୟ କରିଛନ୍ତି। ଡାକ୍ତରୀ ଦଳ ପହଞ୍ଚି ତାଙ୍କ ପାର୍ଥିବ ଶରୀରରୁ ଚକ୍ଷୁ ସଂଗ୍ରହ କରିଥିଲେ। ଅପରାହ୍ନ ୩ଟାରେ ସ୍ଥାନୀୟ ଜୀରାନଦୀ କୂଳ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତାଙ୍କ ପରଲୋକରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.