ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଗ୍ରୀଷ୍ମ ଛୁଟି ପରେ ସ୍କୁଲରେ ଲାଗୁ ହେବ କୋଭିଡ୍ ପ୍ରୋଟୋକଲ୍

0

ଭୁବନେଶ୍ବର: ଧୀରେ ଧୀରେ କୋଭିଡ୍ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ।

ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ କୋଭିଡ୍-୧୯ ସୁରକ୍ଷା ବ୍ୟବସ୍ଥା ପାଳନ କରିବାକୁ ପଡିବ। ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସତର୍କ ରହିବାକୁ ପଡିବ। ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଗୁରୁବାର ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ସତର୍କ ରହିବାକୁ ପଡିବ। ଥଣ୍ଡା ଭଳି ଲକ୍ଷଣ ଥିବା ଛାତ୍ରଛାତ୍ରୀମାନଙ୍କୁ ସ୍କୁଲରେ ମାସ୍କ ପିନ୍ଧିବାକୁ କୁହାଯିବ। ସେହିପରି ଅଧିକ ଗୁରୁତର ଲକ୍ଷଣ ଥିବା ଛାତ୍ରଛାତ୍ରୀମାନଙ୍କୁ ଘରେ ରହିବା ଏବଂ ଅଲଗା ରହିବାକୁ ପରାମର୍ଶ ଦିଆଯିବ। ଆମେ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କୋଭିଡ୍-୧୯ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ପାଳନ କରିବୁ।

Leave A Reply

Your email address will not be published.