ବରଗଡ଼: ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗରେ ପୀଡିତ ଥିଲେ। ବରଗଡ଼ର ଏକ ଘରୋଇ ହସ୍ପିଟାଲରେରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।
ତେବେ ୨୦୦୪ ରୁ ୨୦୦୯ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ। ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ ମଧ୍ୟ ସେ କାମ କରିଥିଲେ। ସ୍ବର୍ଗତଃ ରଫିକ୍ ଅବିବାହିତ ଥିଲେ। ନିଜର ଅମାୟିକ ବ୍ୟବହାର, ସରଳ ସ୍ବଭାବ ପାଇଁ ସାଧାରଣ ଲୋକଙ୍କ ମଧ୍ୟରେ ଅତି ପ୍ରିୟ ଥିଲେ। ତାଙ୍କ ବିୟୋଗରେ ସୋହେଲା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ