ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଦିଲ୍ଲୀରେ ଭୟଙ୍କର ଅଗ୍ନୀକାଣ୍ଡ, ୩ ମୃତ

0

ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ତରବରରେ କୋଠାରୁ ତଳକୁ ଡେଇଁ ପଡ଼ିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଦିଲ୍ଲୀ ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଏକ ଆପାର୍ଟମେଣ୍ଟର ସପ୍ତମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ୮ଟି ଅଗ୍ନିଶମ ଟିମ୍‍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲେ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ୩ ଜଣଙ୍କ ପ୍ରାଣହାନୀ ଘଟିଛି। ଦୁଇ ପିଲା(ଜଣେ ପୁଅ ଏବଂ ଜଣେ ଝିଅ, ଉଭୟଙ୍କ ବୟସ ୧୦ ବର୍ଷ) ନିଜକୁ ବଞ୍ଚାଇବା ପାଇଁ ବାଲକୋନୀରୁ ଡେଇଁ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ପରେ ତାଙ୍କ ବାପା ୟଶ ଯାଦବ(୩୫) ବାଲକୋନୀରୁ ଡେଇଁ ପଡ଼ିଥିଲେ। ତାଙ୍କୁ ମଧ୍ୟ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି। ୟଶ ଯାଦବଙ୍କ ପତ୍ନୀ ଏବଂ ବଡ଼ ପୁଅ ନିଆଁରୁ ବର୍ତ୍ତି ଯାଇଛନ୍ତି ଏବଂ ସେମାନେ ଜୀବିତ ଅଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.