ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଦିଲ୍ଲୀରେ ଭୟଙ୍କର ଅଗ୍ନୀକାଣ୍ଡ, ୩ ମୃତ

0

ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ତରବରରେ କୋଠାରୁ ତଳକୁ ଡେଇଁ ପଡ଼ିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଦିଲ୍ଲୀ ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଏକ ଆପାର୍ଟମେଣ୍ଟର ସପ୍ତମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ୮ଟି ଅଗ୍ନିଶମ ଟିମ୍‍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲେ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ୩ ଜଣଙ୍କ ପ୍ରାଣହାନୀ ଘଟିଛି। ଦୁଇ ପିଲା(ଜଣେ ପୁଅ ଏବଂ ଜଣେ ଝିଅ, ଉଭୟଙ୍କ ବୟସ ୧୦ ବର୍ଷ) ନିଜକୁ ବଞ୍ଚାଇବା ପାଇଁ ବାଲକୋନୀରୁ ଡେଇଁ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ପରେ ତାଙ୍କ ବାପା ୟଶ ଯାଦବ(୩୫) ବାଲକୋନୀରୁ ଡେଇଁ ପଡ଼ିଥିଲେ। ତାଙ୍କୁ ମଧ୍ୟ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି। ୟଶ ଯାଦବଙ୍କ ପତ୍ନୀ ଏବଂ ବଡ଼ ପୁଅ ନିଆଁରୁ ବର୍ତ୍ତି ଯାଇଛନ୍ତି ଏବଂ ସେମାନେ ଜୀବିତ ଅଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.