ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ମୌସୁମୀ ବାୟୁ ସକ୍ରିୟ ପାଇଁ ପାଗ ଅନୁକୂଳ

0

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଏଥିପାଇଁ ପାଣିପାଗ ଅନୁକୂଳ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳ କୁ ବିସ୍ତାରିତ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତକାଲି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ବାୟୁମଣ୍ଡଳ ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ରହିଛି।

ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାର ଅଳ୍ପ କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅନ୍ୟ ସ୍ଥାନରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାର ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.