ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ

0

ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।

କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ ବିମାନ ବିଷୟରେ ସରକାରୀ ଇମେଲ୍ ଆଇଡିରେ ଧମକ ମିଳିଥିଲା। ବିମାନଟି ସକାଳ ୯ଟା ୩୧ରେ ୧୫୭ ଜଣ ଯାତ୍ରୀ ଏବଂ ଛଅ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲା। ଏହା ପରେ ପରେ ଏକ ବୋମା ଧମକ ମିଳିଥିଲା।

ଏନେଇ ତୁରନ୍ତ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆଯାଇଥିଲା। ଯାହା ପରେ ବିମାନକୁ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଥିଲା। ବୋମା ନେଇ ବର୍ତ୍ତମାନ ଯାଞ୍ଚ ମଧ୍ୟ କରାଯାଉଛି। ତେବେ ସୁରକ୍ଷା ଯାଞ୍ଚ ସମାପ୍ତ ହେବା ପରେ ବିମାନକୁ ଦିଲ୍ଲୀ ପଠାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.