ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ

0

ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।

କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ ବିମାନ ବିଷୟରେ ସରକାରୀ ଇମେଲ୍ ଆଇଡିରେ ଧମକ ମିଳିଥିଲା। ବିମାନଟି ସକାଳ ୯ଟା ୩୧ରେ ୧୫୭ ଜଣ ଯାତ୍ରୀ ଏବଂ ଛଅ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲା। ଏହା ପରେ ପରେ ଏକ ବୋମା ଧମକ ମିଳିଥିଲା।

ଏନେଇ ତୁରନ୍ତ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆଯାଇଥିଲା। ଯାହା ପରେ ବିମାନକୁ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଥିଲା। ବୋମା ନେଇ ବର୍ତ୍ତମାନ ଯାଞ୍ଚ ମଧ୍ୟ କରାଯାଉଛି। ତେବେ ସୁରକ୍ଷା ଯାଞ୍ଚ ସମାପ୍ତ ହେବା ପରେ ବିମାନକୁ ଦିଲ୍ଲୀ ପଠାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.