ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

0

ବଲାଙ୍ଗୀର: ଆଜି ବଲାଙ୍ଗୀର ସ୍ଥାନୀୟ ପଥର ଚେପା ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୩୦ ହଜାର ଚାଷୀ ଅଂଶ ଗ୍ରହଣ କରିଥିଲେ। ତେବେ ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। କୃଷି ଓ କୃଷକର ବିକାଶ ପାଇଁ ଯାହା କଥା ଦେଇଥିଲେ ତାହା କରିକି ଦେଖାଇଥିବାର ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ରାଜ୍ୟରେ ପ୍ରଥମ ଥର ପାଇଁ କୃଷି ଓ କୃଷକର ବିକାଶ ପାଇଁ ୩୮ ହଜାର ୯୦୦ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଥିବାର ଘୋଷଣା କରିଛନ୍ତି। ଏହି ବଜେଟରେ ଜଳସେଚନକୁ ଗୁରୁତ୍ୱ ଦେବା ସହ ସାର ବିହନ ମୃତ୍ତିକା ସଂରକ୍ଷଣ ସହିତ ଚାଷୀଙ୍କୁ ସବୁ ସାହାଯ୍ୟ ଯୋଗାଇ ଦିଆଯିବ।

ସେ ଆହୁରି କହିଛନ୍ତି, ‘ଆଜି ଆମ ଦେଶ ତା’ର ଅନନ୍ୟ କୃଷି ପ୍ରଣାଳୀ ପାଇଁ ସାରା ବିଶ୍ଵରେ ପ୍ରଶଂସିତ। ଆମ ରାଜ୍ୟର ପ୍ରାୟ ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଏବଂ ଆନୁଷଙ୍ଗିକ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ। ମେ’ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଣ କରାଯାଇ ସେ ବାବଦକୁ ଡ଼ିବିଟି ମାଧ୍ୟମରେ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି l ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ।

ଏହି ଅବସରରେ ବଲାଙ୍ଗୀରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୀର୍ଘ ଦିନରୁ ଦାବି ହୋଇ ଆସୁଥିବା ଚିନି କଳ ପୁନଃ କାର୍ଯ୍ୟକ୍ଷମ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଓଡ଼ିଶା ପାଇଁ ରାଜ୍ୟ ସରକାର ଲୋକାଭିମୁଖୀ ଯୋଜନା ଆଣିଛନ୍ତି ଓ ଆଗକୁ ଆଣିବେ। ଯାହାଦ୍ୱାରା ବିକଶିତ ଓଡିଶା ଗଠନ ହେବ। ଏହାର ମଙ୍ଗୁଆଳ କୃଷକ ହେବେ ବୋଲି ଆଜିର ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave A Reply

Your email address will not be published.