ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଡାଇରିଆ ପାଇଁ ବନ୍ଦ ରହିବ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

0

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଖୋଲିବାକୁ ଯାଉଛି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ। ହେଲେ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି।

ତେବେ ସ୍କୁଲ ବନ୍ଦ ସମୟରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସ୍କୁଲ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଏହି ଛୁଟି ସମୟରେ ସମସ୍ତ ବିଦ୍ୟାଳୟରେ ପାନୀୟ ଜଳ ବିଷୋଧନ କରାଯିବ। ପରେ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ। ପିଇବା ଉପଯୋଗୀ ନଥିଲେ ଅନ୍ୟ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀ ସ୍କୁଲ୍‌ ଆସି ପରିମଳ ବ୍ୟବସ୍ଥା ପରଖିବେ।

ସେହିପରି ଆସନ୍ତାକାଲି ଭୁବନେଶ୍ବର, କଟକ ମହାନଗରରେ ବନ୍ଦ ରହିବ ସମସ୍ତ ସ୍କୁଲ୍‌। ଖୋର୍ଦ୍ଧା ଓ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣ ଶିକ୍ଷା ବିଭାଗ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ସ୍କୁଲ୍‌ ଛୁଟି ରଖିବାକୁ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ବିପୁଳ ଜନ ସମାଗମ ହେବ। ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ସ୍କୁଲ୍‌ ଛୁଟି ପାଇଁ ନିଷ୍ପତ୍ତି ନେଇଛି ବିଭାଗ।

Leave A Reply

Your email address will not be published.