ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

0

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ସେଠି କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଆସନ୍ତା ୨୨ ତାରିଖରେ ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ହେବ।

ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଥିଲେ। ନବୀନ ତାଙ୍କ ପୋଷ୍ଟରେ ଲେଖଥିଲେ। ଯେ, ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା କାମନା କରିଥିଲେ।

ନବୀନ ଆହୁରି ଲେଖିଥିଲେ, “ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।” ଏହି ପୋଷ୍ଟ ମାଧ୍ୟମରେ ସେ ନିଜର ସ୍ୱାସ୍ଥ୍ୟଗତ ଅବସ୍ଥା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେବା ସହ ଜନସାଧାରଣଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।

Leave A Reply

Your email address will not be published.