ଭୁବନେଶ୍ବର:୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବେତ ଯୋଗାଭ୍ୟାସ କରିଛନ୍ତି। ଏହା ସହିତ ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, “ଚଳିତ ବର୍ଷ ପାଳନ ହେଉଥିବା ଅନ୍ତର୍ଜାତୀୟ ଯୋଗ ଦିବସର ଶୀର୍ଷକ ହେଉଛି, “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ” ଯାହା, ବ୍ୟକ୍ତିଗତ କଲ୍ୟାଣ ଓ ପୃଥିବୀର ସ୍ୱାସ୍ଥ୍ୟ ମଧ୍ୟରେ ଥିବା ଗଭୀର ସମ୍ପର୍କକୁ ଉଜାଗର କରେ। ଏଥିରେ ଦର୍ଶାଯାଇଛି ଯେ, କିପରି ପ୍ରାଚୀନ ଯୋଗ ଅଭ୍ୟାସ କେବଳ ଶରୀର ଓ ମନକୁ ପୋଷଣ କରେ ନାହିଁ ବରଂ ପ୍ରକୃତି ଏବଂ ସମସ୍ତ ଜୀବଜନ୍ତୁଙ୍କୁ ସମ୍ମାନ ଦେଉଥିବା ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଜୀବନଶୈଳୀକୁ ପ୍ରୋତ୍ସାହିତ କରେ। ଓଡ଼ିଶାରେ ଆମେ ଯୋଗକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରୁଛୁ। ଆମର ସ୍କୁଲ, କଲେଜ, ଛାତ୍ରାବାସ ଏବଂ କ୍ରୀଡା କେନ୍ଦ୍ର ମାଧ୍ୟମରେ ଆମେ କର୍ମଶାଳା ଆୟୋଜନ କରୁଛୁ। ସଚେତନତା ସୃଷ୍ଟି କରୁଛୁ। ଆମେ ଯୋଗକୁ ବିଦ୍ୟାଳୟ କାର୍ଯ୍ୟକ୍ରମ ଏବଂ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ମଧ୍ୟ ପଦକ୍ଷେପ ନେଉଛୁ। ଆମର ଲକ୍ଷ୍ୟ ହେଉଛି ଏକ ସୁସ୍ଥ, ଆତ୍ମନିର୍ଭରଶୀଳ ଏବଂ ଦକ୍ଷ ତଥା ସଶକ୍ତ ଓଡ଼ିଶା ଗଠନ କରିବା। ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ଯୋଗ ଅଧିବେଶନ ଅନୁଷ୍ଠିତ ହେଉଛି।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ