ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ତିନି ଭଉଣୀଙ୍କ ଉପରେ ଚଢ଼ିଗଲା ଆମ ବସ୍

0

ପିପିଲି: ଅଧା ରହିଗଲା ଜଗା ଦର୍ଶନ। ପୁରୀ ଜିଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣା ଘଟିଛି। ଆମ ବସ୍ ଧକ୍କାରେ ଚାଲି ଯାଇଛି ତିନି ଭଉଣୀଙ୍କ ଜୀବନ । ପିପିଲି ଓଭର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି।

ମିଳିଥିବା ସୂଚନା ମୁତାବକ, ଏକ ସ୍କୁଟିରେ ଭୁବନେଶ୍ବରରୁ ୩ଜଣ ଯୁବତୀ ପୁରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଉଥିଲେ। ହେଲେ ପିପିଲି ତରାକାଜ ନିକଟରେ ଅନ୍ୟ ଏକ ସ୍କୁଟି ସାଇଡ୍‌ ମାରିବାରୁ ସ୍କୁଟିରେ ଥିବା ୩ଜଣ ଯୁବତୀ ତଳେ ପଡି ଯାଇଥିଲେ।

ସେତିକିବେଳେ ଆମ ବସ୍‌ ସେମାନଙ୍କ ଉପରେ ଚଢ଼ିଯାଇଥିଲା। ଫଳରେ ୩ଜଣ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.