ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଦଳାଚକଟାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା

0

ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।
ଅନ୍ୟପଟେ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ସରକାର। ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ଵ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ଏହା ସହିତ ଦଳଚକଟାରେ ଅଘଟଣ ପାଇଁ ପୁରୀ ଏସ୍‌ପି ଏବଂ ଜିଲ୍ଲାପାଳଙ୍କୁ ମଧ୍ୟ ବଦଳି କରିଛନ୍ତି।

Leave A Reply

Your email address will not be published.