ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଶେଖ୍‌ ହସିନାଙ୍କୁ ୬ ମାସ ଜେଲ୍‌ଦଣ୍ଡ

0

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଯାଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି। ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ବୁଧବାର ତିନି ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।
ବାଂଲାଦେଶରେ ଛାତ୍ର ଭେଦଭାବ ବିରୁଦ୍ଧରେ ଷ୍ଟୁଡେଣ୍ଟ ଏଗେନଷ୍ଟ ଡିସ୍କ୍ରିମିନେଶନ (SAD) ଦ୍ୱାରା ହୋଇଥିବା ହିଂସାତ୍ମକ ପ୍ରତିବାଦ ପରେ ଶେଖ ହାସିନାଙ୍କୁ ଅଗଷ୍ଟ ୨୦୨୪ରେ ପଦରୁ ହଟାଇ ଦିଆଯାଇଥିଲା। ସରକାରୀ ଚାକିରିରେ କୋଟା ସଂସ୍କାର ଦାବି ସହିତ ଏହି ଆନ୍ଦୋଳନ ଆରମ୍ଭ ହୋଇଥିଲା, କିନ୍ତୁ ଏହା ବହୁତ ହିଂସାତ୍ମକ ରୂପ ନେଇଥିଲା। ଜାତିସଂଘର ଏକ ରିପୋର୍ଟ ଅନୁଯାୟୀ, ଜୁଲାଇ ମଧ୍ୟଭାଗରୁ ଅଗଷ୍ଟ ମଧ୍ୟଭାଗ ପର୍ଯ୍ୟନ୍ତ ପ୍ରାୟ ୧,୪୦୦ ଲୋକଙ୍କୁ ହତ୍ୟା କରାଯାଇଥିଲା

ବାଂଲାଦେଶୀ ଗଣମାଧ୍ୟମ ଅନୁସାରେ, ଅନ୍ତର୍ଜାତୀୟ ଅପରାଧ ଅଦାଲତଙ୍କ ଖଣ୍ଡପୀଠର ଅଧ୍ୟକ୍ଷତା ଜଷ୍ଟିସ୍ ମହମ୍ମଦ ଗୁଲାମ ମୁର୍ତଜା ମଜୁମଦାର କରିଥିଲେ। ପ୍ରଥମ ଥର ପାଇଁ କୌଣସି ମାମଲାରେ ଶେଖ ହସିନାଙ୍କୁ ଜେଲ ଦଣ୍ଡ ହୋଇଛି।

Leave A Reply

Your email address will not be published.