ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ରଥଯାତ୍ରା ଦଳଚକଟା : ମୃତକଙ୍କ ପରିବାରକୁ ମିଳିଲା ସହାୟତା

0

ପୁରୀ: ପୁରୀ ଶ୍ରାଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁଘଟିଛି। ଏହି ଘଟଣାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବରଣ କରିଥିବା ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଥିଲେ।
ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୃତ ମହିଳାଙ୍କ ଘରେ ପହଞ୍ଚି ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେବା ସହ ସରକାରଙ୍କ ଘୋଷଣା ଅନୁଯାୟୀ ୨୫ ଲକ୍ଷ ଟଙ୍କାର ଚେକ୍‌ ବାସନ୍ତିଙ୍କ ସ୍ୱାମୀ ଦିଲୀପ ସାହୁଙ୍କୁ ପ୍ରଦାନ କରିଛନ୍ତି। ଗତକାଲି ପ୍ରଭାତୀ ଦାସଙ୍କ ପରିବାରବର୍ଗଙ୍କୁ ଭେଟି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ।

ଦୁଇ ଜଣ ଅଫିସରଙ୍କ ଦାୟିତ୍ୱରେ ଅବହେଳା ଯୋଗୁ ଏହି ଘଟଣା ଘଟିଲା। ଏଥିଲାଗି ମୁଖ୍ୟମନ୍ତ୍ରୀ ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି। ସରକାରଙ୍କ ପକ୍ଷରୁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଥିବା ବେଳେ ଦଳାଚକଟାରେ ସ୍ତ୍ରୀଙ୍କୁ ହରାଇ ଦିଲ୍ଲୀପଙ୍କ ପୁରା ପରିବାର ଦୁଃଖରେ ଭାଙ୍ଗିପଡ଼ିଛନ୍ତି। ମନ୍ତ୍ରୀଙ୍କ ସହ ବେଗୁନିଆ ବିଧାୟକ ପ୍ରଦୀପ ସାହୁ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ମାହାଙ୍ଗା ବିଧାୟକ ସାରଦା ପ୍ରଧାନ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Leave A Reply

Your email address will not be published.