ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ

0

ସମ୍ବଲପୁର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍। ପାରମ୍ପରିକ ପୂଜା ପରେ ଜୁଲାଇ ୬ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ।

ସମ୍ବଲପୁରରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଛି। ଯାହାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଏହି ନିଷ୍ପତ୍ତି ନେଇଛି। ପ୍ରଥମ ବନ୍ୟାଜଳ ୬ ଜୁଲାଇ ସକାଳ ୧୦ଟାରେ ହୀରାକୁଦ ଡ୍ୟାମ୍ ଜଳଭଣ୍ଡାରର ଗେଟ୍ ନଂ ୭ରୁ ଛଡ଼ାଯିବ ବୋଲି ସୂଚନା ମିଳିଛି।
ସକାଳ ୧୦ ଟାରେ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲାଯିବ। ହୀରାକୁଦ ତଳ ମୁଣ୍ଡର ଜନ ସାଧାରଣଙ୍କୁ ସେହି ସମୟରେ ମହାନଦୀକୁ ନ ଯିବାପାଇଁ ସତର୍କ କରାଇଛନ୍ତି କତୃପକ୍ଷ। କାରଣ ବନ୍ୟାଜଳ ଛାଡ଼ିବା ପରେ ଶାଖା ନଦୀ ଗୁଡ଼ିକର ଜଳସ୍ତର ବୃଦ୍ଧି ପାଇପାରେ। ତେବେ ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଘନଫୁଟ ରହିଛି।

Leave A Reply

Your email address will not be published.