ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବିଜେପି ରାଜ୍ୟ ସଭାପତି ହେବେ ମନମୋହନ

0

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି। ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି ନ ଥିବାରୁ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି।

ମଙ୍ଗଳବାର ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ। ଆସନ୍ତା ୩ ବର୍ଷ ପାଇଁ ମନମୋହନ ସାମଲଙ୍କ କାର୍ଯ୍ୟକାଳ ରହିବ। ଏବେ ସେ ସଭାପତି ହେବାପରେ ଅଟକି ରହିଥିବା ବିଜେପିର ସାଙ୍ଗଠନିକ କାର୍ଯ୍ୟ ଆଗକୁ ବଢିବ ବୋଲି ଚର୍ଚ୍ଚା ହେଉଛି। ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସହିତ ବିଭିନ୍ନ ରାଜନୈତିକ ନିଯୁକ୍ତି ମଧ୍ୟ ତ୍ୱରାନ୍ୱିତ ହେବ। ଆଗରୁ ମଧ୍ୟ ସେ ବିଜେପି ରାଜ୍ୟ ସଭାପତି ସମେତ ରାଜ୍ୟସଭା ସାଂସଦ ରହିସାରିଛନ୍ତି।

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ୪ଟା ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ। ଆବଶ୍ୟକ ହେଲେ ୮ତାରିଖ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ। ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ବାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଯତୀନ ମହାନ୍ତି କହିଛନ୍ତି।

Leave A Reply

Your email address will not be published.