ପ୍ରମୁଖ ଖବର

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

0

ମୁମ୍ବାଇ: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ତାଙ୍କର ରାଜନୈତିକ ସଚିବ ସଂତୃପ୍ତ ମିଶ୍ର।

ସଂତୃପ୍ତ ମିଶ୍ର କହିଛନ୍ତି ଯେ, ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ସେ ଆଉ କିଛି ଦିନ ମୁମ୍ବାଇରେ ରହି ଆବଶ୍ୟକ ଚିକିତ୍ସା ଓ ପର୍ଯ୍ୟବେକ୍ଷଣ ଜାରି ରଖିବେ। ତେବେ କେବେ ଭୁବନେଶ୍ବର ଫେରିବେ ସେନେଇ ଶ୍ରୀ ମିଶ୍ର ନିର୍ଦ୍ଧିଷ୍ଟ ସମୟ ସଂପର୍କରେ ସୂଚନା ଦେଇ ନାହାନ୍ତି।

ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ଚିକିତ୍ସା ପାଇଁ ଜୁନ୍ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ। ସେଠାରେ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଜୁନ୍‌ ୨୨ ତାରିଖରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା। ସେଠାରେ ତାଙ୍କ ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହୋଇଥିଲା।

Leave A Reply

Your email address will not be published.