ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି

0

ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି। ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା। ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା। ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା।

ଆଉ ଗୋଟିଏ ଦିନ ପରେ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ। ଆଜି ସକାଳେ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ସରିବା ପରେ ଅନ୍ୟାନ୍ୟ ନୀତି ହୋଇଥିଲା। ତିନି ରଥରେ ଠାକୁର ମାନଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କର ସମାଗମ ହୋଇଛି।

ଶ୍ରୀପଞ୍ଚମୀ ଦିନଠାରୁ ତିନିରଥର ଯଜ୍ଞ ଉତ୍ସବ ଅନୁଷ୍ଠିତ ହୋଇ ରଥ ନିର୍ମାଣ ପାଇଁ ପ୍ରସ୍ତୁତି ସହ ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣର ଶୁଭାରମ୍ଭ ହୋଇଥିଲା। ତିନିରଥରେ ନିର୍ମାଣ ପରେ ସ୍ୱତନ୍ତ୍ର ଭାବେ ପାର୍ଶ୍ୱଦେବାଦେବୀ ମାନେ ବିଜେ କରି ନବଦିନ ଯାତ୍ରାରେ ମହାପ୍ରଭୁଙ୍କ ସହ ଯାଇଥିଲେ। ବିଶ୍ୱାସ ରହିଛି ଯଜ୍ଞ ପୂଜା ଦ୍ୱାରା ରଥଯାତ୍ରା ସମୟରେ ଶ୍ରୀଜିଉମାନଙ୍କ ସହିତ ବହୁ ଦେବାଦେବୀ, ଚଣ୍ଡୀ, ଚାମୁଣ୍ଡା ମଧ୍ୟ ଯାତ୍ରା କରିଥାନ୍ତି।

ତେବେ ସେମାନଙ୍କ ସନ୍ତୁଷ୍ଟି ପାଇଁ ସ୍ୱତନ୍ତ୍ର ଭାବେ ବଡଓଡ଼ିଆ ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଛେନା, ଛାଚି, କ୍ଷୀର, ସର, ଗୋଲମରିଚ, କର୍ପୁର, ଜାଇଫଳ, କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯିବା ସହ ଏହାକୁ ରଥ ଉପରେ ଭଙ୍ଗାଗଲା। ତୁମ୍ଭକାର ଆକାରରେ ନିର୍ମିତ ମାଟିହାଣ୍ଡିରେ ଏହି ଦୁର୍ଲଭ ପଣା ପ୍ରସ୍ତୁତ କରାହୋଇଥିଲା।

ସିଂହଦ୍ୱାର ସମ୍ମୁଖ ଛାଉଣୀମଠର କୂଅରୁ ପାଣିଆ ଆପଟ ସେବକ ମାନେ ପଣା ପାଇଁ ପାଣି ଯୋଗାଇଦେଇଥିଲେ। ପରେ ପତ୍ରିବଡୁ, ସୁଆର ବଡ଼ୁ, ଗରାବଡୁ ସେବକ ତିନିରଥରେ ପଣା ପ୍ରସ୍ତୁତ କରିବା ସହ ପୂଜାପଣ୍ଡା ମାନେ ପଞ୍ଚ ଉପଚାରରେ ପୂଜା କରି ରଥ ଉପରେ ଅଧର ହାଣ୍ଡିକୁ ଭାଙ୍ଗିଵା ପରେ ପାର୍ଶ ଦେବା ଦେବୀ, ଚଣ୍ଡୀ ଚାମଣ୍ଡା ଓ ଅସରରି ମାନେ ଏହି ପଣାକୁ ପାଇଁ ଆତ୍ମ ତୃପ୍ତି ଲାଭ କରିଛନ୍ତି।

Leave A Reply

Your email address will not be published.