ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ

0

ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ସରକାରଙ୍କ ସହ ଆଲୋଚନା ମାଧ୍ୟମରେ ଦାବି ରଖି ସମାଧାନ ପାଇଁ ବାଟ ବାହାରିପାରେ । ସେମାନଙ୍କ ଦାବି ଯଥାର୍ଥ, ଆଲୋଚନା ଦ୍ୱାରା ସମାଧାନ କରିବୁ ବୋଲି ମନ୍ତ୍ରୀ କହିଛନ୍ତି।

ମହାସଂଘ ୬ଦଫା ଦାବି ନେଇ ଆନ୍ଦୋଳନ କରୁଥିବାରୁ ରାଜ୍ୟରେ ସାଧାରଣ ଜନତାଙ୍କ ଉପରେ ଏହାର ପ୍ରଭାବ ପଡିଛି। ଜରୁରୀକାଳୀନ ସେବାକୁ ଛାଡିଦେଲେ ଅନ୍ୟ ଗାଡି ଚାଲୁନଥିବାରୁ ଲୋକମାନେ ଯାତାୟତରେ ଅସୁବିଧା ଭୋଗିଛନ୍ତି। ସରକାର ଶୀଘ୍ର ସେମାନଙ୍କ ଦାବି ପୂରଣ କରିବାକୁ ଅଡି ବସିଛି ମହାସଂଘ।

ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ ଓ୍ବାର୍କର୍ସ ଓ୍ବେଲ୍ଫେୟାର ବୋର୍ଡରେ ସାମିଲ କରିବାକୁ ମଞ୍ଚ ଦାବି କରିଛି। ଏଥିସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ, ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ, ଗାଡ଼ିଗୁଡ଼ିକ ପାର୍କିଂ ଓ ଡ୍ରାଇଭରମାନଙ୍କ ବିଶ୍ରାମ ପାଇଁ ପାର୍କିଂ ସହ ବିଶ୍ରାମାଗାର ଏବଂ ଶୌଚାଳୟ ବ୍ୟବସ୍ଥା, ଓଡ଼ିଶାରେ ଥିବା ପ୍ରତ୍ୟେକ ଖଣି ଖାଦାନ ଓ କାରଖାନା ଗୁଡ଼ିକରେ ୭୦% ରାଜ୍ୟ ଡ୍ରାଇଭରମାନଙ୍କୁ କାମ କରିବା ପାଇଁ ଅଗ୍ରାଧିକାର ଦିଆଯିବା ଏବଂ ସେପ୍ଟେମ୍ବର ୧କୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରିବା ଦାବି ରହିଛି।

Leave A Reply

Your email address will not be published.