ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ

0

ଭୁବନେଶ୍ବର: ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ ବଣ୍ଟନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମନ୍ତ୍ରୀ ପାତ୍ର କହିଛନ୍ତି ଯେ, ରାଜ୍ୟକୁ ଯେତିକି ଗହମ ପ୍ରାପ୍ତ ହୋଇଛି, ତାହା ରାସନ କାର୍ଡଧାରୀଙ୍କୁ ବିତରଣ କରାଯିବ। ସେ ଆହୁରି କହିଛନ୍ତି, “କେନ୍ଦ୍ର ସରକାରଙ୍କଠାରୁ ପରବର୍ତ୍ତୀ ପର୍ଯ୍ୟାୟରେ ଗହମ ଆସିଲେ ମଧ୍ୟ ଖାଉଟିଙ୍କୁ ତାହା ଯୋଗାଇ ଦିଆଯିବ।” ଏହା ପୂର୍ବରୁ ମନ୍ତ୍ରୀ କେନ୍ଦ୍ର ଖାଦ୍ୟ ଓ ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା ମନ୍ତ୍ରୀଙ୍କ ନିକଟରେ ଗହମ ଯୋଗାଣ ବୃଦ୍ଧି ପାଇଁ ଦାବି ରଖିଥିଲେ। ସେ ଜଣାଇଛନ୍ତି ଯେ, ଲୋକଙ୍କ ଗହମ ପ୍ରତି ଚାହିଦାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.