ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

0

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ। ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର ରଖିଛନ୍ତି।

ତେବେ ଡାଇରିଆର ପ୍ରକୃତ କାରଣ ଜଣାପଡ଼ି ନଥିବାବେଳେ, ହଷ୍ଟେଲ ଖାଦ୍ୟ ଖାଇବା ପରେ ଛାତ୍ରମାନେ ଝାଡ଼ାବାନ୍ତିର ଶିକାର ହୋଇଥିବା କୁହାଯାଉଛି। ଛାତ୍ରମାନଙ୍କ ଉପରେ କର୍ତ୍ତୃପକ୍ଷ ନଜର ରଖିଥିବା କହିବା ସହିତ କାହିଁକି ସେମାନେ ଅସୁସ୍ଥ ହେ​‌ଲେ ତାହାର ଯାଞ୍ଚ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହି ଘଟଣା ପରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ଚୌଦ୍ୱାର କଟକ ବିଧାୟକ ସୌଭିକ ବିଶ୍ୱାଳ ମେଡ଼ିକାଲ ପରିସରରେ ପହଞ୍ଚି ଅସୁସ୍ଥ ଛାତ୍ର ମାନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଉନ୍ନତ ସେବା ପାଇଁ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ।

Leave A Reply

Your email address will not be published.