ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ

0

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଭୟେ ଗିରଫ।

ସେପଟେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାକୁ ଦୁର୍ଭାଗ୍ୟଜନକ କହିଛନ୍ତି, ଫକୀରମୋହନ ବିଶ୍ବବିଦ୍ୟାଳୟ କୁଳପତି ସନ୍ତୋଷ ତ୍ରିପାଠୀ। ସେ କହିଛନ୍ତି ଲାଗୁଛି ଯେ ପ୍ରଶାସନିକ ତଦନ୍ତରେ ବିଳମ୍ବ ହେଲା। ସେଥିପଇଁ ଏମିତି ଏକ ଅଘଟଣ ଘଟିଲା। କଲେଜ ଅଧ୍ୟକ୍ଷ ତୁରନ୍ତ ପଦକ୍ଷେପ ନେବାର ଆବଶ୍ୟକତା ଥିଲା। ଏପରି ସମ୍ବେଦନଶୀଳ ମାମଲାରେ ଅଧ୍ୟକ୍ଷ ୪୮ ଘଣ୍ଟା ଭିତରେ ତଦନ୍ତ ରିପୋର୍ଟ ମାଗିବାର ଥିଲା।
ଯଦି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଥାଆନ୍ତା ତେବେ ଏପରି ଘଟଣା ଘଟିନଥାନ୍ତା ବୋଲି କୁଳପତି କହିଛନ୍ତି। ଗତବର୍ଷ ବି ସଂପୃକ୍ତ ଅଧ୍ୟାପକଙ୍କ ନାଁରେ ଏମିତି କିଛି ଅଭିଯୋଗ ଆସିଥିଲା ବୋଲି କେତେକ ଗଣମାଧ୍ୟମରେ ପ୍ରକାଶ ପାଇଛି। ଯଦି ଏହା ସତ୍ୟ ହୋଇଥାଏ ତେବେ ସାଂଘାତିକ। କାରଣ ବର୍ଷେ ଭିତରେ ସେହି ଅଧ୍ୟାପକଙ୍କ ନାଁରେ ଦ୍ବିତୀୟ ଥର ସମାନ ଅଭିଯୋଗ ଆସିଲା। ୬ ମାସ ଧରି ଅଭିଯୋଗ। ତାପରେ ଲିଖିତ ଅଭିଯୋଗ। ତେଣୁ ବୁଝାସୁଝା ପରିସ୍ଥିତିରେ ଆଉ ତାହା ନଥିଲା। ତୁରନ୍ତ ଆକ୍ସନ ନେବା ଦରକାର ଥିଲା ବୋଲି କୁଳପତି ସନ୍ତୋଷ ତ୍ରିପାଠୀ କହିଛନ୍ତି।

Leave A Reply

Your email address will not be published.