ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଗାଁ ଶ୍ମଶାନରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ

0

ବାଲେଶ୍ବର:ପଞ୍ଚଭୂତରେ ଲୀନ ହେଲେ ସୌମ୍ୟାଶ୍ରୀ। ପୈତୃକ ଗାଁ ଭୋଗରାଇ ପଳାସିଆ ଗାଁରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଶେଷକୃତ୍ୟ କରାଯାଇଛି। ସୌମ୍ୟାଶ୍ରୀଙ୍କୁ ଅଶ୍ରୁଳ ବିଦାୟ ଜଣାଇଛନ୍ତି ପରିବାର, ଆତ୍ମୀୟ ସ୍ୱଜନ ଓ ସାଙ୍ଗସାଥୀ। ଶହ ଶହ ଲୋକ ତାଙ୍କର ଶେଷକୃତ୍ୟରେ ସାମିଲ ହୋଇଥିଲେ। ଶୋଭାଯାତ୍ରାରେ ମରଶରୀରକୁ ଶ୍ମଶାନକୁ ନେବା ବାଟରେ ଶତାଧିକ ଲୋକ ଅପେକ୍ଷା କରି ରହିଥିଲେ। ସମସ୍ତଙ୍କ ଆଖିରୁ ଝରି ଆସୁଥିଲା ଲୁହ। ସାହି ପଡ଼ିଶା, ସାଙ୍ଗସାଥି ଓ ଗାଁ ଲୋକ ବି କାନ୍ଦୁଛନ୍ତି।

ବାଲେଶ୍ବର ଏଫଏମ କଲେଜରେ ଆତ୍ମାହୁତି ଉଦ୍ୟମ କରିଥିଲେ ସୌମ୍ୟାଶ୍ରୀ। ଶିକ୍ଷା ବିଭାଗର ଏଚଓଡି ସମୀର ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଏଚଓଡି ତାଙ୍କୁ ଫେଭର ମାଗୁଥିବା ଅଭିଯୋଗ କରିଥିଲେ ସୌମ୍ୟାଶ୍ରୀ। ତାଙ୍କ ଅଭିଯୋଗକୁ କଲେଜ ପ୍ରଶାସନ ଗୁରୁତର ସହ ନେଇ ନଥିଲେ। ଯେଉଁଥି ପାଇଁ ଶନିବାର ସେ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ସହପାଠୀମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ନିଆଁ ଲାଗିବା ଯୋଗୁଁ ତାଙ୍କ ଦେହର ୯୫ ପ୍ରତିଶତ ପୋଡି ଯାଇଥିଲା ଏବଂ ତାଙ୍କର କିଡନୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ସୋମବାର ରାତି ୧୧ଟା ୪୬ରେ ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲେ ସୌମ୍ୟାଶ୍ରୀ। ଜୀବନ ମରଣ ସହ ୬୦ ଘଣ୍ଟାର ଲଢ଼େଇ ପରେ ଶେଷରେ ହାରିଗଲେ। ସେ ସୁପର ଆଇସିୟୁରେ ଚିକିତ୍ସାଧିନ ଥିଲେ। ପୀଡ଼ିତାଙ୍କ ମୃତ୍ୟୁ ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଥିଲା।

ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ସବୁ ଦୋଷୀଙ୍କୁ ଆଇନ୍ ଅନୁସାରେ କଠୋରରୁ ଅତି କଠୋର ଦଣ୍ଡ ଦିଆଯିବ ବୋଲି କହିଛନ୍ତି।

Leave A Reply

Your email address will not be published.