ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ

0

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ ଗୁଜୁରାଟରେ ରହି ସୂତା ମିଲରେ କାମ କରୁଥିବାବେଳେ ସେ ମାମୁଁ ଘରେ ରହି ପାଠ ପଢୁଥିଲେ। ଆଜି ସକାଳେ ଭାଗ୍ୟଶ୍ରୀ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଅସାବଧାନତା ଯୋଗୁଁ ଗୋଡ ଖସି ଯାଇଥିଲା।

ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଭାଗ୍ୟଶ୍ରୀଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Leave A Reply

Your email address will not be published.