ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

0

କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର ସ୍ଥାପନ, ରାଣୀହାଟ ଅଂଚଳର ଉନ୍ନତିକରଣ, ପ୍ରେସ ଛକ ଅଂଚଳରେ ଏକ ପାର୍କ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା।

ଏଥିସହ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସତ୍ୟଭାମାପୁରର ସମନ୍ୱିତ ବିକାଶ, ସିଏମସି ଏବଂ ସିଡିଏ ଅଞ୍ଚଳ ପାଇଁ ଡ୍ରେନେଜ୍ ମାଷ୍ଟର ପ୍ଲାନ୍, ମହାନଦୀରେ ବ୍ୟାରେଜ୍ ଯୋଜନା, ବଡମ୍ବା ସୁଗାର ମିଲ ଓ ଭଗତପୁର କଟନ ମିଲର ପୁନଃ କାର୍ଯ୍ୟକାରିତା ଓ ଉପଖଣ୍ଡ ସ୍ତରୀୟ କୋଲ୍ଡ ଷ୍ଟୋରେଜ ନିର୍ମାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ତେବେ ବୈଠକରୁ ଜଣା ପଡିଛି ଯେ, ମୁଖ୍ୟମନ୍ତ୍ରୀ ଏହି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ସଚିବଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା କଟକ ଜିଲ୍ଲା ଏବଂ ତାହାର ଉପଖଣ୍ଡ ଅଞ୍ଚଳକୁ ଏକ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ର ବନେଇବା ପାଇଁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.