ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

0

ଭୁବନେଶ୍ଵର: ଥଣ୍ଡା ପାନୀୟରେ ନିଶା ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ। ଗତକାଲି ଥାନାରେ ଅଭିଯୋଗ ପରେ ପୋଲିସ ପୀଡ଼ିତାଙ୍କ ବୟାନ ରେକର୍ଡ କରି ଉଦିତଙ୍କୁ ଗିରଫ କରିଛି।

ଗତ ମାର୍ଚ୍ଚ ମାସ ୧୮ ତାରିଖରେ ଏକ ହୋଟେଲରେ ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା ୬୪(୧), ୧୨୩, ୨୯୬, ୭୪, ୩୫୧(୨) ଅନୁଯାୟୀ ଏକ ମାମଲା (ନଂ.୪୧୭/୨୦୨୫) ରୁଜୁ ହୋଇଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.