ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

0

ଭୁବନେଶ୍ଵର: ଥଣ୍ଡା ପାନୀୟରେ ନିଶା ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ। ଗତକାଲି ଥାନାରେ ଅଭିଯୋଗ ପରେ ପୋଲିସ ପୀଡ଼ିତାଙ୍କ ବୟାନ ରେକର୍ଡ କରି ଉଦିତଙ୍କୁ ଗିରଫ କରିଛି।

ଗତ ମାର୍ଚ୍ଚ ମାସ ୧୮ ତାରିଖରେ ଏକ ହୋଟେଲରେ ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା ୬୪(୧), ୧୨୩, ୨୯୬, ୭୪, ୩୫୧(୨) ଅନୁଯାୟୀ ଏକ ମାମଲା (ନଂ.୪୧୭/୨୦୨୫) ରୁଜୁ ହୋଇଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.