ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

0

ମାଲକାନଗିରି: ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।

ମାଲକାନଗିରି ଜିଲ୍ଲା ସୀମାନ୍ତ ବିଜାପୁରର ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀ ମାନେ ୨ ଜଣ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ମାନେ ଛୁଟବାଇ ଗାଁର ଯୋଗା କୱାସୀ ଓ ବଡେ ତରେମ ଗାଁର ମଙ୍ଗଲୁ କୁରସମ ବୋଲି ଜଣାପଡିଛି। ମାଓବାଦୀମାନେ ଉଭୟଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କରିଛନ୍ତି । ତେବେ ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ନେଇ ସର୍ଚ୍ଚ ଅପରେଶନ ଆରମ୍ଭ କରିଛି।

Leave A Reply

Your email address will not be published.