ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ବୁଣାକାର ଶ୍ରମିକଙ୍କ ପାଇଁ ଭତ୍ତା ବଢାଇଲେ ରାଜ୍ୟ ସରକାର

0

ଭୁବନେଶ୍ବର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ, ଆଜି ଲୋକସେବା ଭବନ କନଭେନସନ ହଲ୍‌ ରେ ଶୁଭାରମ୍ଭ ହୋଇଯାଇଛି ‘ଓଡ଼ିଶା ଟେକ୍ସ ୨୦୨୫’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍ଘାଟିତ ହୋଇଛି।

ଏହାସହ ୩୩ଟି ଏମଓୟୁ ସ୍ବାକ୍ଷରିତ ହୋଇଛି। ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.