ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବୁଣାକାର ଶ୍ରମିକଙ୍କ ପାଇଁ ଭତ୍ତା ବଢାଇଲେ ରାଜ୍ୟ ସରକାର

0

ଭୁବନେଶ୍ବର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ, ଆଜି ଲୋକସେବା ଭବନ କନଭେନସନ ହଲ୍‌ ରେ ଶୁଭାରମ୍ଭ ହୋଇଯାଇଛି ‘ଓଡ଼ିଶା ଟେକ୍ସ ୨୦୨୫’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍ଘାଟିତ ହୋଇଛି।

ଏହାସହ ୩୩ଟି ଏମଓୟୁ ସ୍ବାକ୍ଷରିତ ହୋଇଛି। ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.