ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଆଖିବୁଜିଲେ ବଳଙ୍ଗା ପୀଡ଼ିତା

0

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଶେଷରେ ଆଖିବୁଜିଲେ ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।

ଗତ ଜୁଲାଇ ୧୯ ତାରିଖରେ ବଳଙ୍ଗା ଥାନା ଅଞ୍ଚଳର ଏହି ନାବାଳିକାଙ୍କୁ ଘରଠାରୁ କିଛି ଦୂରରେ କେତେଜଣ ଦୁର୍ବୃତ୍ତ ନଦୀ ବନ୍ଧରେ ତାଙ୍କ ଶରୀରରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ରହିବାରୁ ୨୦ ତାରିଖ ଦିନ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା। ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଚିକିତ୍ସା ଜାରି ରହିବା ସହିତ ତାଙ୍କ ଶରୀରରେ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ୩ ଥର ଅପରେସନ କରାଯାଇ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ଶେଷରେ ସେଠାରେ ସେ ଆଖି ବୁଜିଛନ୍ତି।


Leave A Reply

Your email address will not be published.