ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍

0

ଭୁବନେଶ୍ଵର: ରାଜଧାନୀରେ ହିଟ ଆଣ୍ଡ ରନ ଘଟଣାରେ କିଲର ଥର୍ ଜବତ। ରାଜଧାନୀରେ ଥର୍-ସ୍କର୍ପିଓ ରେସରେ କୁନି ଝିଅର ମୃତ୍ୟୁ ଘଟଣାରେ ଥର୍ କୁ ଜବତ କଲା ଖଣ୍ଡଗିରି ପୋଲିସ୍। ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଥିବା ଗାଡ଼ିଟିକୁ ଜଟଣୀ ଅଞ୍ଚଳରୁ ଜବତ କରାଯାଇଛି। ଗାଡ଼ିଟିକୁ ଜଟଣୀ ଥାନା ଅଞ୍ଚଳରେ ଛାଡ଼ି ଫେରାର୍ ହୋଇଯାଇଛି ଗାଡ଼ି ଚାଳକ। ଥରଟି ଜଟଣୀ କୁସୁମାଟି ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ଗତକାଲି ସନ୍ଧ୍ୟାରେ ଭୁବନେଶ୍ଵରର ପାତ୍ରପଡ଼ା ନିକଟରେ ଦୁର୍ଘଟଣା ଘଟି ଜଣେ ୮ ବର୍ଷୀୟା ନାବାଳିକାର ମୃତ୍ୟୁ ଘଟିଥିଲା।

ଏହାର ପ୍ରତିବାଦରେ ଆଜି ଫୁଲେଶ୍ଵରୀ ବସ୍ତିର ଲୋକମାନେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ଅଟକି ରହିଛି। ସୂଚନା ଅନୁସାରେ, ପାତ୍ରପଡ଼ା ନିକଟ ଭି-୨ ଶପିଂ ମଲ ପାଖରେ ମା’, ପୁଅ ଏବଂ ଝିଅ ହାତ ଧରାଧରି ହୋଇ ରାସ୍ତା ପାର ହେଉଥିବା ସମୟରେ ଏକ ଥର ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଝିଅର ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣାରେ ମା’ ଓ ପୁଅ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ଵର ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଝିଅଟି ତା’ ମାମୁଁ ଘରକୁ ରାକ୍ଷୀ ବାନ୍ଧିବାକୁ ମା’ ଓ ଭାଇ ସହିତ ଯାଇଥିଲା। ସେଠାରୁ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଖବରପାଇ ପୁଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା।

Leave A Reply

Your email address will not be published.