ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

0

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ। ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ। ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ କରିଛନ୍ତି। ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସାନ ଭାଇ ପ୍ରଭାତ ବଳବନ୍ତରାୟ।

ଧର୍ମଶାଳାରେ ବିକାଶ କାମରେ ସମସ୍ୟା ହେଉଥିବା ଅଭିଯୋଗ କରି ଅଗଷ୍ଟ ୧୧ ତାରିଖରେ ୩୮ରୁ ଅଧିକ ସମିତି ସଭ୍ୟ ଓ ସରପଞ୍ଚ ପ୍ରଭାତଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ସେ ଆଜି ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି।

Leave A Reply

Your email address will not be published.