ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

0

ଭୁବନେଶ୍ବର: ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଡ଼ିହାଇଡ୍ରେସନ ଯୋଗୁଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ନବୀନ। ସୁସ୍ଥ ହେବାପରେ ଏକ ଘରୋଇ ହସ୍ପିଟାଲରୁ ହେଲେ ଡିସଚାର୍ଜ। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ ସମ୍ ହସ୍ପିଟାଲରେ ଚିକିତ୍ସା ନେଉଥିଲେ।

ହସ୍ପିଟାଲରେ ଥିବା ସମୟରେ ବିରୋଧୀ ଦଳ ନେତା ନବୀନ ନିଜ ସୁସ୍ଥତା ନେଇ ଓଡିଶାବାସୀଙ୍କୁ ଦେଇଥିଲେ ବାର୍ତ୍ତା। ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ବୁଧବାର ସେ ଡିସଚାର୍ଜ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ସୂଚନା ଅନୁଯାୟୀ, ନବୀନଙ୍କୁ କିଛି ଦିନ ବିଶ୍ରାମ କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.