ପ୍ରମୁଖ ଖବର

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ
ଖଣ୍ଡଗିରି ଡବଲ ମର୍ଡରର ପର୍ଦ୍ଦାଫାଶ: ଦୁଇ ନାବାଳକ ଅଭିଯୁକ୍ତ ଅଟକ
୩ ବର୍ଷର ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା: ୬୫ ବର୍ଷୀୟ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ
ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍
ଦିଲ୍ଲୀରେ ଇଭିକୁ ବଡ଼ ପ୍ରୋତ୍ସାହନ, ୨୦୨୮ରୁ ବନ୍ଦ ହେବ ପେଟ୍ରୋଲ ଦୁଇଚକିଆ ପଞ୍ଜୀକରଣ

ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର

0

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି।

ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ। ୧୦ ବର୍ଷରେ ଦେଶରେ ବେସାମରିକ ବିମାନ ଚଳାଚଳର ଅଭିବୃଦ୍ଧି ହୋଇଛି। ଏବେ ଦେଶର ଅନେକ ଛୋଟ ସହରରେ ବିମାନବନ୍ଦର ନିର୍ମାଣ ହୋଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ସ୍କିମ୍‌ରେ ୩୫୦ ନୂଆ ଏୟାରପୋର୍ଟ ହେବାର ଯୋଜନା ରହିଥିବା ମନ୍ତ୍ରୀ କହିଛନ୍ତି। ଆସନ୍ତା ୧୦ ବର୍ଷରେ ଦେଶରେ ୧୨୦ଟି ନୂଆ ଗନ୍ତବ୍ୟସ୍ଥଳ ସୃଷ୍ଟି ଲକ୍ଷ୍ୟ ରହିଛି। ସେହିପରି ପୁରୀରେ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମଧ୍ୟ ମିଳିସାରିଛି।

Leave A Reply

Your email address will not be published.