ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

0

ସମ୍ବଲପୁର: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ପାଟଣେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ମା’ଙ୍କୁ ନବାନ୍ନ ଅର୍ପଣ କରାଯାଇଛି।

ଏହି ପର୍ବରେ ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କୁ ପାରମ୍ପରିକ ରୀତିନୀତିରେ ଅର୍ପଣ କରାଯାଇଥାଏ। ଏହାପରେ ତାହାକୁ ପ୍ରସାଦ ଭାବେ ନିଜେ ଗ୍ରହଣ କରିଥାନ୍ତି। ନୂଆଖାଇଁ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ହୋଇଥିଲେ ମଧ୍ୟ ଚାଷୀଠୁ ନେଇ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇଁ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି। ଏହି ପର୍ବରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଝଲକ ଦେଖିବାକୁ ମିଳିଥାଏ।

Leave A Reply

Your email address will not be published.