ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ରାଜ୍ୟରେ ସାର ଅଭାବ; କେନ୍ଦ୍ର ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

0

ଭୁବନେଶ୍ବର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ, ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୂଳର ଏ ସମସ୍ୟା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ସାର ଅଭାବ ଏବେ ଚାଷୀଙ୍କ ମୁଣ୍ଡ ବିନ୍ଧା ବଢ଼ାଇ ଦେଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ସାର ମିଳୁନଥିବାରୁ ଅସନ୍ତୋଷ ଦେଖାଦେଇଛି। କେଉଁଠି ସାର ନେବା ପାଇଁ ଚାଷୀଙ୍କ ମଧ୍ୟରେ ଧସ୍ତାଧସ୍ତି ତ କେଉଁଠି ଲମ୍ବା ଲାଇନ। ଏଭଳି ସ୍ଥିତିରେ ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ। ଚିଠିରେ ସେ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ ଓଡିଶା ଚାଷୀ କୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ସେ ଦାବି କରିଛନ୍ତି।

ନବୀନ କହିଛନ୍ତି ଯେ, କୃଷି ଓଡିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇଥିଲା।

ଓଡିଶା ରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡିଶା ସରକାରଙ୍କ ଏଜେନ୍ସି ମାର୍କଫେଡ ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜରାସ୍ତାକୁ ଓଲ୍ହାଇବା ଚିନ୍ତାର ବିଷୟ। ଯୋଗାଣ ବ୍ୟବସ୍ଥାର କୁପରିଚାଳନା ସହିତ ସାର ଅଭାବ ଓ ଦୁର୍ନୀତି ଯୋଗୁଁ ଚାଷୀକୁ ଆଜି ଏ ଅବସ୍ଥାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ସେ ଉଦବେଗ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.