ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଏହି ଜାତୀୟ ସ୍ତରର ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ। ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗଦେବେ। ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିପାରେ ଓଡିଶା। ତେବେ ନିଜ ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି।
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା