ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ

0

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ, ବମ୍‌ ଫୁଟାଇ ରୂପା, ଅଳଙ୍କାର ସହ ନଗଦ ଟଙ୍କା ଲୁଟ କରି ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ। ଏନେଇ ଅଳଙ୍କାର ପ୍ରତିଷ୍ଠାନର ମାଲିକ ଅରୁନ୍ଧତୀ ସାହୁ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏସପି ବିବେକାନନ୍ଦ ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ୩ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଧରିବା ସହ ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛନ୍ତି। ଲୁଟ ଘଟଣାରେ ୧୦ଜଣ ସମ୍ପୃକ୍ତ ଥିବାବେଳେ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ଓ ଫେରାର ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିଛି। ଫେରାର ଅଭିଯୁକ୍ତ ୬ ଜଣଙ୍କୁ ଗିରଫ ପାଇଁ ଛାନଭିନ୍ ଚଲାଇଛି ପୋଲିସ।

ଅଭିଯୁକ୍ତଙ୍କ ନିକଟରୁ ୯୦୦ଗ୍ରାମ ସୁନା, ୨ କିଲୋ ୩୬୩ ଗ୍ରାମ ରୂପା ଏବଂ ନଗଦ ୯ଲକ୍ଷ ୪୫ ହଜାର ଟଙ୍କା ଜବତ କରିଛି । ଏହା ସହ ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ ।

Leave A Reply

Your email address will not be published.