ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

କୃଷିବିଭାଗ ବାବୁଙ୍କୁ ସଦର ମହକୁମା ଛାଡ଼ିବା ମନା

0
  • ଖରିଫ ଚାଷ ପରିପ୍ରେକ୍ଷୀରେ କୃଷିବିଭାଗର ବରିଷ୍ଠ ଅଧିକାରୀଙ୍କ ବୈଠକ
  • ବିଭାଗର ଅଧିକାରୀମାନଙ୍କୁ କଡ଼ା ତାଗିଦ କଲେ ମନ୍ତ୍ରୀ ଅରୁଣ ସାହୁ
  • ବିହନ ଓ ସାର ଯୋଗାଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଇଛି
  • ଖିଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ

ଭୁବନେଶ୍ୱର: ଚଳିତ ଖରିଫରେ ଚାଷୀମାନଙ୍କୁ ଉନ୍ନତ ବିହନ, ସାର ଏବଂ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ ବିହନ ଓ ସାର ଆବଶ୍ୟକ ଅନୁସାରେ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବା ପାଇଁ ଜିଲ୍ଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କୃଷି ଓ କୃଷକ ଶସକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ କହିଛନ୍ତି । ଏଥିସହିତ କୋଭିଡ଼-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଖରିଫ ଚାଷର ଗୁରୁତ୍ୱକୁ ଦୃଷ୍ଟିରେ ରଖି କୃଷି ଅଧିକାରୀ ଓ କର୍ମଚାରୀମାନଙ୍କୁ ସଦର ମହକୁମା ଛାଡି ନ ଯିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଖିଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଛନ୍ତି ।

ଆଜି ପୂର୍ବାହ୍ନରେ କୃଷି ଭବନଠାରେ ଆୟୋଜିତ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲା ଦାୟିତ୍ୱରେ ଥିବା
ନୋଡାଲ ଅଧିକାରୀମାନଙ୍କ ବୈଠକରେ ଅଧ୍ୟକ୍ଷତାକରି ମନ୍ତ୍ରୀ ଡ଼ଃ ସାହୁ ବିହନ ଓ ସାର ଯୋଗାଣ ସଂପର୍କରେ
ସମୀକ୍ଷା କରିଥିଲେ । ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟରେ ଖରିଫ ଚାଷକୁ ପ୍ରାଥମିକତା ପ୍ରଦାନ କରି କୃଷିକାର୍ଯ୍ୟକୁ ଆଗେଇ ନେବାପାଇଁ କୃଷି ଅଧିକାରୀମାନଙ୍କୁ ଅଧିକ ତତ୍ପରତା ପ୍ରକାଶ କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଥିଲେ । ଜୁନ ୧ ତାରିଖରୁ ୧୦ ତାରିଖ ମଧ୍ୟରେ ସମସ୍ତ ନୋଡାଲ ଅଧିକାରୀ ସେମାନଙ୍କ ଦାୟିତ୍ୱରେ ଥିବା ଜିଲ୍ଲା ପରିଦର୍ଶନ କରି ତୃଣମୂଳ ସ୍ତରରେ ଚାଷ କାର୍ଯ୍ୟରେ ଉପୁଜୁଥିବା ସମସ୍ୟାର ସମାଧାନ କରିବା ପାଇଁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀର ଯୋଗାଣକୁ ନିଶ୍ଚିତ କରିବା ପାଇଁ ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ବୈଠକରେ ସୋସିଆଲ୍ ମିଡିଆର ବହୁଳ ଉପଯୋଗ କରି ଚାଷୀମାନଙ୍କୁ ସିଧାସଳଖ ସୂଚନା ପ୍ରଦାନ ଓ
ପରାମର୍ଶ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ପ୍ରତି ପଂଚାୟତରେ ହ୍ୱାଟ୍‌ସ୍‌ଆପ୍ ଗ୍ରୁପ ଗଠନ କରି ଏଥିରେ ଅଧିକରୁ ଅଧିକ ଚାଷୀମାନଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ଡ଼ଃ ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ କୋଭିଡ଼୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୁରତ୍ୱ, ମାସ୍କ ପରିଧାନ ଏବଂ ସାନିଟାଇଜେସନ୍ କୁ କଡାକଡ଼ି ଭାବରେ ଅନୁପାଳନ କରିବାକୁ ମନ୍ତ୍ରୀ ଡ଼ଃ ସାହୁ କହିଥିଲେ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି
ଓ ଖାଦ୍ୟ ଉତ୍ପାଦନର ନିର୍ଦ୍ଦେଶକ ଡ଼ଃ ଏମ୍‌. ମୁଥୁ କୁମାରଙ୍କ ସମେତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.