ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।
ତାଙ୍କ ସହ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ଏବଂ ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା ମଧ୍ୟ ବିଜେଡି ଛାଡ଼ିଛନ୍ତି। ଇସ୍ତଫା ପୂର୍ବରୁ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ।
ତେବେ ସୂଚନା ଅନୁସାରେ ବିଜେଡିର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ ଭାସ୍କର ରାଓ। ସାମ୍ବାଦିକ ସମ୍ମିଳନୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ସଭାପତି ଚୟନ ନେଇ ଅସନ୍ତୁଷ୍ଟ ଥିଲେ ଏନ୍.ଭାସ୍କର ରାଓ। ବିଜେଡିର ସଭାପତି ଚୟନ ସମସ୍ତଙ୍କ ମନରେ ଆଘାତ ଦେଇଛି, ପରାଜିତ ବ୍ୟକ୍ତିଙ୍କୁ ସଭାପତି ପଦ ଦିଆଯାଇଛି। ହେଲେ ଦକ୍ଷ ନେତାଙ୍କୁ ପଚରାଯାଉନି। ଆମେ ନବୀନ ବିରୋଧୀ ନୁହେଁ, କିନ୍ତୁ ବିଜୁ ପ୍ରେମୀ। କର୍ମୀ ଯାହା ନିଷ୍ପତ୍ତି ନେବେ ଆମେ ମାନିବୁ।
ପ୍ରମୁଖ ଖବର
ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ