ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆଇଏଏସ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ଆଇଏଏସ ସ୍ତରରେ ଅଦଳବଦଳ। ରାଜ୍ୟ ସରକାର ଶୁକ୍ରବାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ଅଦଳବଦଳ କରିଛନ୍ତି। ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେ ଜଣଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି।

ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି/ଜନଜାତି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ପି ଅନ୍ୱେଷା ରେଡ୍ଡୀଙ୍କୁ ଆଇଜିଆର କଟକର ଅତିରିକ୍ତ ଦାୟିତ୍ୱ ମିଳିଛି । ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।

Leave A Reply

Your email address will not be published.