ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

0

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ।

ଅନ୍ୟପଟେ ଚଳିତଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫। ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା। ତେବେ ଚଳିତଥର ଉପର ବାଲିଯାତ୍ରା ପଡ଼ିଆରେ ହେବନି ବାଲିଯାତ୍ରା। ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ହେବନି।

କେବଳ ତଳ ପଡ଼ିଆରେ ହେବ ଚଳିତ ବର୍ଷର ବାଲିଯାତ୍ରା । ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ। ଜିଲ୍ଲା ସାସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ।

Leave A Reply

Your email address will not be published.