ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଗଣେଶ ଭସାଣି ବେଳେ ମାଡ଼ିଗଲା ଟ୍ରକ୍‌: ୮ ମୃତ, ୨୦ ଗୁରୁତର

0

କର୍ଣ୍ଣାଟକ: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ। କର୍ଣ୍ଣାଟକ ହାସନ ଜିଲାର ଏକ ଗାଁରେ ଶୁକ୍ରବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଶୋଭାଯାତ୍ରା ମଧ୍ୟକୁ ଏକ ଟ୍ରକ୍‌ ମାଡ଼ିଯିବାରୁ ୮ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଗଣେଶ ଚତୁର୍ଥୀ ପାଳନର ଶେଷ ଦିନ ଥିବାବେଳେ ରାତି ୮ଟା ୪୫ ମିନିଟ୍‌ ସମୟରେ ମୋସାଲେ ହୋସାହାଲି ଗ୍ରାମରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ଯୁବକ। ଆହତମାନଙ୍କୁ ହାସନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଅରକଲାଗୁଡୁରୁ ଆସୁଥିବା ଏକ ଟ୍ରକ୍‌ଟି ନିୟନ୍ତ୍ରଣ ହରାଇ ଶ୍ରଦ୍ଧାଳୁମାନଙ୍କ ଉପରେ ମାଡ଼ିଯାଇଥିଲା। ଏଥିରେ ୮ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ମର୍ମନ୍ତୁଦ ଦୁର୍ଘଟଣାରେ ଏତେସଂଖ୍ୟାରେ ଶ୍ରଦ୍ଧାଳୁ ମୃତାହତ ହୋଇଥିବାରୁ କେନ୍ଦ୍ର ଭାରୀଶିଳ୍ପ ଓ ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ଶୋକବ୍ୟକ୍ତ କରିଛନ୍ତି। ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.