ପ୍ରମୁଖ ଖବର

ବନ୍ଧୁକ ଦେଖାଇ ଜୁଏଲାରୀ ମାଲିକଙ୍କଠୁ ଝାମ୍ପିନେଲେ ୪ କୋଟି ଟଙ୍କାର ଅଳଙ୍କାର
ବିଲ୍ ମଞ୍ଜୁରୀ ନେଇ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଲାଗି ରହିବ ନାହିଁ ସମୟ ସୀମା : ସୁପ୍ରିମକୋର୍ଟ
ଅନିଲ୍ ଅମ୍ବାନୀଙ୍କୁ ଇଡି ଝଟକା: ଭୁବନେଶ୍ବରର ସମେତ ଏକାଧିକ ସ୍ଥାନରେ ସମ୍ପତ୍ତି ଆଟାଚ୍
ନୂଆପଡା ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ
ପୋଲିସ ସୁରକ୍ଷା ହଟାଇବାକୁ ପୀତବାସ ପଣ୍ଡାଙ୍କ ପତ୍ନୀଙ୍କ ଅନୁରୋଧ
ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତୀଶ କୁମାର

ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ

0

ଯାଜପୁର: ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ। ୧୦ ପରିବାରର ୨୩ ଜଣ ସଦସ୍ୟ ସୁରକ୍ଷିତ ଭାବେ ଯାଜପୁର ଫେରିଛନ୍ତି। ହାୱଡା- ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସରେ ଆସି ଯାଜପୁର ରୋଡ ରେଳଷ୍ଟେସନରେ ଓହ୍ଲାଇଛନ୍ତି ପର୍ଯ୍ୟଟକମାନେ। ପଶୁପତିନାଥଙ୍କ ଦର୍ଶନ ପାଇଁ ନେପାଳ ଯାଇଥିବା ବେଳେ, ଜେନ-ଜି ବିକ୍ଷୋଭ ଯୋଗୁଁ ସମସ୍ତେ ଫସି ରହିଥିଲେ। ପରେ ବୁଲାଇବାକୁ ନେଇଥିବା ଟ୍ରାଭେଲ୍ ସଂସ୍ଥା ସହାୟତାରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଅଣାଯାଇଛି।

ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି।

ସୂଚନାମୁତାବକ ନେପାଳରେ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇବା ନିଷ୍ପତ୍ତି ବିରୋଧରେ ବିକ୍ଷୋଭ ଆରମ୍ଭ ହୋଇଥିଲା । ଜେନ୍‌-ଜି ପ୍ରଦର୍ଶନକାରୀମାନେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ବାସଭବନ, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଏବଂ ଅନେକ ମନ୍ତ୍ରୀଙ୍କ ଘରେ ଭଙ୍ଗାରୁଜା ଏବଂ ନିଆଁ ଲଗାଇ ଦେଇଥିଲେ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପରେ ବି ହିଂସାକାଣ୍ଡ ଜାରି ରହିଥିଲା।

Leave A Reply

Your email address will not be published.