ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ଟ୍ରାଫିକ୍ କଟକଣା ଲାଗୁ

0

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ୱର ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁ ଯାଉଛି । ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ ର ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ ର ଧାରା ୮) ଏବଂ ଭୁବନେଶ୍ବର, କଟକ ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ଓ ରେଗୁଲେଶନ ୨୦୦୮ ଧାରା ୩୬ ଅନୁସାରେ କଟକଣା ଗୁଡ଼ିକ ଲାଗୁ କରାଯାଇଛି।

ହାଉସିଂ ବୋର୍ଡ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ କେଶରୀ ଟକୀଜ୍ ଠାରୁ ବାମ ପାର୍ଶ୍ଵ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ ।ଏ.ଜି. ଛକ ପଟୁ ପି.ଏମ୍.ଜି. ଛକ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ ଜୟଦେବ ଭବନ ପାଖରେ ଥିବା ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ।
ମାଷ୍ଟର କ୍ୟାଣ୍ଟିନ୍ ଛକ ପଟୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ ଲୋୟର ପି.ଏମ୍.ଜି. ଛକ ଠାରୁ ବାମ କିମ୍ବା ଡାହାଣ ପାର୍ଶ୍ଵ ରାସ୍ତା ଦେଇ ଯାଇପାରିବେ। ୧୨୦ ବାଟାଲିୟନ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହନ ଗୁଡ଼ିକ ପାୱାର ହାଉସ୍ ଛକ ଦେଇ ଯିବେ। ରାଜଭବନ ଛକ ପଟୁ ଏମ୍.ଏଲ୍.ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହନ ଗୁଡ଼ିକ ଶାସ୍ତ୍ରୀ ନଗର ଛକ ଆଡ଼କୁ ଯିବେ।

ଉପରୋକ୍ତ କଟକଣା ଗୁଡ଼ିକ ଜରୁରୀ କାଳୀନ କାର୍ଯ୍ୟରେ ନିୟୋଜିତ ଥିବା ଯାନବାହନ (ପୋଲିସ, ଅଗ୍ନିଶମ ଓ ଆମ୍ବୁଲାନ୍ସ୍ ) ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଯାନବାହନ ନିମନ୍ତେ ଲାଗୁ ହେବ ନାହିଁ। ତେବେ ଉପରୋକ୍ତ କଟକଣା ଗୁଡ଼ିକ ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ ବଳବତ୍ତର ରହିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.