ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ସରକାରୀ କର୍ମଚାରୀଙ୍କୁ ପୂଜା ପାଇଁ ମିଳିବ ଆଗୁଆ ଦରମା

0

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର। ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଛନ୍ତି ମୁଖ୍ୟମନ୍ତ୍ରୀ। ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ।
ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଛି ଏହି ସ୍ୱତନ୍ତ୍ର ନିର୍ଦ୍ଦେଶନାମା। ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ଋ଼ତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍‌ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.