ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

0

ଭୁବନେଶ୍ୱର, ସେପ୍ଟେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟଇକାଲ୍ ସାଇନ୍‌ସେସ୍ – କ୍ୟାମ୍ପସ-୨, ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଗତ ଗୁରୁବାର ଦିନ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲଥ, ଥିଙ୍କ ଫାର୍ମାସିଷ୍ଟ’କୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଫ୍ୟାକଲ୍ଟି ଏବଂ କର୍ମକର୍ତାମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଓଡ଼ିଶାର ଆଡିସ୍‌ନାଲ୍ ଡ୍ରଗ୍‌ସ କଂଟ୍ରୋଲର ଡକ୍ଟର ସୁଜାତା ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ । ଚଳିତ ବର୍ଷର ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରି ସ୍ୱାସ୍ଥ୍ୟ ପରିଚାଳନା ଏବଂ ଜୀବନର ପ୍ରତ୍ୟେକ ସ୍ତରରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ଏସ୍‌ପିଏସ୍ – ୨ର ଡିନ୍ ପ୍ରଫେସର (ଡକ୍ଟର) ଦୁର୍ଗାମାଧବ କର ସ୍ୱାଗତ ଭାଷଣ ପ୍ରଦାନ କରିବା ଅବସରରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପରିପ୍ରେକ୍ଷୀରେ ଏବଂ ଜନସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅତୁଳନୀୟ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଶ୍ରୀମତି ମୌଲି ଦାସ ଏବଂ ଶ୍ରୀମତି ପ୍ରାଚୀ ରାଣୀ ସାହୁ ମହିଳାଙ୍କ ସ୍ୱାସ୍ଥ୍ୟର ଯତ୍ନ ଏବଂ ଯୋଗ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଏସ୍‌ପିଏସ୍ – ୨ର ଆସିଷ୍ଟାଂଟ ପ୍ରଫେସର ମୋନାଲିସ୍ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.